ଓଡିଶାରେ PM-USHA କାର୍ଯ୍ୟକ୍ରମ ପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ

Share it

ଅଳପ ଖବର
31st August 2024

ଓଡିଶାରେ PM-USHA କାର୍ଯ୍ୟକ୍ରମ ପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ

Rashtriya Uchchatar Shiksha Abhiyan (RUSA) was a Centrally Sponsored Scheme to fund States/UTs institutions, with the vision to attain higher levels of access, equity, and excellence in the State higher education system with greater efficiency, transparency, accountability, and responsiveness. The first phase of the scheme was launched in 2013 and the second phase was launched in 2018. Now, in the light of the National Education Policy, RUSA scheme has been launched as Pradhan Mantri Uchchatar Shiksha Abhiyan (PM-USHA).

    ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ,
    ଭୁବନେଶ୍ବର, ଓଡିଶା
    ୩୧ ଅଗଷ୍ଟ ୨୦୨୪
    ଉଚ୍ଚ ଶିକ୍ଷା ଅନୁଷ୍ଠାନ ଗୁଡିକର ଭିତ୍ତିଭୂମି ସହିତ ଗୁଣାତ୍ମକ ଶିକ୍ଷାର ବିକାଶ ହେବ

    ଆମର ସଂକଳ୍ପ ପତ୍ର ଅନୁଯାୟୀ ଆମର ବିଶ୍ୱବିଦ୍ୟାଳୟ ଗୁଡିକୁ ସ୍ୱାୟତ୍ତତା ପ୍ରଦାନ କରାଯିବ

    ଶିକ୍ଷାର ପରିସର ବ୍ୟାପକ, ଏହା ରାଜନୀତିର ସଂକୀର୍ଣ୍ଣତା ମଧ୍ୟରେ ରହିବା ଉଚିତ୍ ନୁହେଁ- ମୁଖ୍ୟମନ୍ତ୍ରୀ

    PM-USHA କାର୍ଯ୍ୟକ୍ରମରେ ଓଡିଶାର ଉଚ୍ଚଶିକ୍ଷା ଅନୁଷ୍ଠାନ ଗୁଡିକୁ ୫୦୦ କୋଟି ଟଙ୍କା ଦିଆଯିବ- କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଆଜି ରାଜ୍ୟ କୃଷି ଭବନରେ ଓଡିଶାର ଉଚ୍ଚ ଶିକ୍ଷା ବିଭାଗ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ମଧ୍ୟରେ ରାଜ୍ୟରେ PM-USHA କାର୍ଯ୍ୟକ୍ରମ ଲାଗୁ କରିବା ପାଇଁ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ୨୦୨୫-୨୬ ମଧ୍ୟରେ ଏହା କାର୍ଯ୍ୟକାରୀ କରାଯିବ।

କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ, ରାଜ୍ୟର ଛାତ୍ରଛାତ୍ରୀମାନଙ୍କ ବୃହତର ସ୍ୱାର୍ଥକୁ ଦୃଷ୍ଟିରେ ରଖି, ଆମ ସରକାରଙ୍କ ୮୧ତମ ଦିନରେ PM-USHA କାର୍ଯ୍ୟକ୍ରମର ଶୁଭାରମ୍ଭ ହେଲା। ଶିକ୍ଷାର ପରିସର ବ୍ୟାପକ। ଏହାକୁ ରାଜନୀତିର ସଂକୀର୍ଣ୍ଣତା ମଧ୍ୟରେ ରଖିବା ଉଚିତ୍ ନୁହେଁ । PM-USHA କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ଉତ୍ତମ ଭବିଷ୍ୟତ ଗଠନ ଲକ୍ଷ୍ୟରେ ଆରମ୍ଭ ହୋଇଥିବା ସତ୍ତ୍ୱେ, ଆଗରୁ ଏହାକୁ କାର୍ଯ୍ୟକାରୀ କରାଯାଇ ନଥିଲା।

ଏବେ ଏହା ଦ୍ୱାରା ଶିକ୍ଷାର ନୂତନ ଭିତ୍ତିଭୂମି ଓ ମନବ ସମ୍ବଳର ବିକାଶ ହେବ। ଏହି ଯୋଜନା ଦକ୍ଷତା ବିକାଶ, ଗବେଷଣା, ନିଯୁକ୍ତିଯୋଗ୍ୟ ଶିକ୍ଷାର ବିକାଶରେ ସହାୟକ ହେବ। ଏହା ଆମର ଶିକ୍ଷା ପରିବେଶକୁ ବିଶ୍ୱସ୍ତରୀୟ କରିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ,-

* ଆମର ସଂକଳ୍ପ ପତ୍ର ଅନୁଯାୟୀ ଆମର ବିଶ୍ୱବିଦ୍ୟାଳୟ ଗୁଡିକୁ ସ୍ୱାୟତ୍ତତା ପ୍ରଦାନ କରାଯିବ।

* ଏ ପର୍ଯ୍ୟନ୍ତ ରାଜ୍ୟର ଦୂରଦୁରାନ୍ତ ଅଞ୍ଚଳରେ ୧୮ଟି ନୂଆ ସରକାରୀ ମହାବିଦ୍ୟାଳୟ ଖୋଲା ଯାଇଛି।

* ଏହା ସହିତ ଓଡିଶାର ଆଦିବାସୀ ଭାଷାର ସୁରକ୍ଷା ଓ ପ୍ରଚାର ପାଇଁ ୨୬ଟି ଭାଷା ପରୀକ୍ଷାଗାର ନିର୍ମାଣ ପାଇଁ ପଦକ୍ଷେପ ନିଆ ଯାଉଛି।

* ଜାତୀୟ ଶିକ୍ଷା ନୀତି-୨୦୨୦ ଦେଶର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନ ଆଣିବାକୁ ଯାଉଛି।

* ପୂର୍ବ ସରକାରଙ୍କ ଦୂରଦୃଷ୍ଟିର ଅଭାବ ତଥା ରାଜନୈତିକ ସଂକୀର୍ଣ୍ଣତା ଯୋଗୁ ଆମ ରାଜ୍ୟରେ ଏହା ଆଜି ପର୍ଯ୍ୟନ୍ତ ଲାଗୁ କରାଯାଇ ନଥିଲା।

* PM-USHA କାର୍ଯ୍ୟକ୍ରମରେ ଜାତୀୟ ଶିକ୍ଷାନୀତି-୨୦୨୦ର ପାଞ୍ଚଟି ସ୍ତମ୍ବକୁ ସୁଦୃଢ କରାଯିବ। ଏହା ହେଲା ସୁଗମ୍ୟ ଶିକ୍ଷା, ଗୁଣାତ୍ମକ ମାନ, ସମାନତା, ଉତ୍ତରଦାୟିତ୍ୱ ଓ ସାମର୍ଥ୍ୟ।

* ଆଗାମୀ ଦିନରେ ସାମଗ୍ରୀକ ଶିକ୍ଷା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ପାଇଁ ଓଡିଶା ସରକାର ପ୍ରାଥମିକ ଶିକ୍ଷାରୁ ଆରମ୍ଭ କରି ବିଶ୍ୱବିଦ୍ୟାଳୟ ପର୍ଯ୍ୟନ୍ତ ଆନ୍ତର୍ଜାତିକ ମାନର ଶିକ୍ଷା ଓଡିଶାର ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରିବା ପାଇଁ ପଦକ୍ଷେପ ନିଆଯିବ।

* ଏହା ଦ୍ୱାରା ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୩୬ ସୁଦ୍ଧା ଓଡିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରାଯାଇ ପାରିବ ଏବଂ ବିକଶିତ ଭାରତ ଓ ବିକଶିତ ଓଡିଶାର ଲକ୍ଷ୍ୟ ପୂରଣ ହେବ।

କାର୍ଯ୍ୟକ୍ରମରେ ଯୋଗଦେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଲେ ଯେ ରାଜ୍ୟରେ ସ୍କୁଲ, କଲେଜ ପିଲାଙ୍କୁ ନେଇ ପ୍ରାୟ ୧ କୋଟି ଛାତ୍ରଛାତ୍ରୀ ଅଛନ୍ତି। ରାଜ୍ୟ ଜନସଂଖ୍ୟାର ଏହା ହେଉଛି ଏକ ଚତୁର୍ଥାଂଶ। ତେଣୁ ଏହି ପିଲାମାନଙ୍କର ଠିକ୍‌ ଭାବରେ ଦାୟିତ୍ୱ ନିଆଯାଇ ପାରିଲେ ରାଜ୍ୟର ବିକାଶ ବିଶ୍ୱସ୍ତରୀୟ ହୋଇପାରିବ।

ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ କଲେଜ ଓ ୟୁନିଭର୍‌ସିଟିର ବିକାଶ ପାଇଁ ୫୦୦ କୋଟି ଟଙ୍କା ଦିଆଯିବ ବୋଲି ସେ ପ୍ରକାଶ କରିଥିଲେ। ଏହା ଯୋଗୁ ଆମ ରାଜ୍ୟର ୧ କୋଟି ପିଲା ବିଶ୍ୱସ୍ତରୀୟ ଶିକ୍ଷା ପାଇପାରିବେ।

ସେ କହିଥିଲେ ଯେ ଏହି କାର୍ଯ୍ୟକ୍ରମ ୩ ବର୍ଷ ଆଗରୁ ହେବାର ଥିଲା। କିନ୍ତୁ ରାଜନୀତି ଯୋଗୁ ଓଡିଆ ପିଲାମାନେ ବଞ୍ଚିତ ହୋଇଥିଲେ। ଓଡିଶାରେ ଖୁବ୍‌ ଶୀଘ୍ର ଶିକ୍ଷାରେ ସ୍ୱାୟତ୍ତତା ଆସିବ ବୋଲି ସେ କହିଥିଲେ। UGCର ନିୟମ ଅନୁଯାୟୀ ବିଶ୍ୱବିଦ୍ୟାଳୟଗୁଡିକୁ ସ୍ୱାୟତ୍ତତା ଦିଆଯିବ ବୋଲି ସେ କହିଥିଲେ।

ରାଜ୍ୟ ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବସେବା ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଥିଲେ ଯେ ପି.ଏମ୍. ଉଚ୍ଚତର ଶିକ୍ଷା ଅଭିଯାନ ଦ୍ୱାରା ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ସକରାତ୍ମକ ପ୍ରଭାବ ପଢିବ। ଶିକ୍ଷାନୁଷ୍ଠାନ ଗୁଡିକର ଭିତ୍ତିଭୂମି ସୁଦୃଢ ହେବା ସହିତ ପିଲାମାନେ ଗୁଣାତ୍ମକ ଶିକ୍ଷା ପାଇପାରିବେ।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରାଜ୍ୟ ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବସେବା ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଓ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଉପସ୍ଥିତିରେ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଶାସନ ସଚିବ ଶ୍ରୀ ସୁନିଲ କୁମାର ବର୍ଣ୍ଣୱାଲ ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିଲେ।


Share it

Leave a comment

Your email address will not be published. Required fields are marked *

Verified by MonsterInsights